Description

Dhanushexpress - Where Odisha gets its news first. Real-time updates, fearless journalism.

Welcome to the official YouTube channel of Dhanush Express , the state's premier 24/7 digital news network. From the bustling streets of Bhubaneswar to the remote corners of rural Odisha, we bring you ground-breaking reports and unbiased analysis on the stories that shape our lives.

What to Expect:

Daily Headlines

-Political Deep-Dives

-Regional Alerts

-Exclusive Interviews

Subscribe and hit the bell icon to never miss an update!

#Dhanushexpress #OdiaNews

#OdishaBreakingNews

#BhubaneswarNews

#OdishaGovernment

#DailyOdishaNews #OdiaNewsLive

#RegionalNews

News , Blog & Entertainment...

Daily Update For Subscribe My Channel And Press The Bell Icon.

Thank You .🙏


My Contract:-

Email_ expressdhanush@gmail.com

Phone No._ 9853124384


Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୧_୯_୨୦୨୬_ମଙ୍ଗଳବାର
*ସମ୍ବତ୍ସର- ରୌଦ୍ର*
*ଭାଦ୍ରବମାସ- କୁଷ୍ଣପକ୍ଷ*
*ତିଥି- ଚତୁର୍ଥୀ ଦିବା ଘ୦୭/୩୬ ଗତେ ପଞ୍ଚମୀ*
*ନକ୍ଷତ୍ର- ଅଶ୍ୱିନୀ ରାତ୍ରି ଘ୦୩/୧୯ ଗତେ ଦ୍ୱିଜା*
*ଚନ୍ଦ୍ର- ମେଷ*
*ଯୋଗ- ବୃଦ୍ଧି*
*କରଣ - ବ।ଳବ*
*ସୌରମାସ- ସିଂହ ୧୬ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୫/୦୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/୫୫*
*✧═════•❁❀
*ଯୋଗିନୀ ନୈରୁତେ ଦିବା ଘ୦୭/୩୬ଗତେ ଦକ୍ଷିଣେ*
*ମେଷ ରାଶିର ଘାତଚନ୍ଦ୍ର*
*ମକର ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୧/୨୦ ଗତେ ଘ୦୨/୫୫ ମଧ୍ୟେ*
*ବାରବେଳା- ଦିବା ଘ୦୦୭/୦୮ ଗତେ ଘ୦୮/୪୫ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୪୬ ଗତେ ଘ୧୦/୨୩ ମଧ୍ୟେ ଓ ଘ୧୨/୪୫ ଗତେ ଘ୦୧/୧୯ ମଧ୍ୟେ ଓ ରାତ୍ରି ଘ୦୬/୪୮ ଗତେ ଘ୦୯/୧୦ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି*
═✧*══•❁❀❁•═*═══✧
*ଅଦ୍ୟ ବେଲ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹👉ମେଷ🌹*
*ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।*

*✧═════•❁❀❁•═════✧*
*🌹👉ବୃଷ🌹*
*ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍‌ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।*
*✧═════•❁❀❁•═════✧*

*🌹👉ମିଥୁନ🌹*
*ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ମୃଗଶିରା ନକ୍ଷତ୍ର ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।*

*✧═════•❁❀❁•═════✧*
*🌹👉କର୍କଟ🌹*
*ଆଜି ବିଳମ୍ବିତ ସମୟରେ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡିପାରନ୍ତି।*
*✧═════•❁❀❁•═════✧*
*🌹👉ସିଂହ🌹*
*ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।*
*✧═════•❁❀❁•═════✧*
*🌹👉କନ୍ୟା🌹*
*ଆଜି ଉପୁଜିଥିବା ପ୍ରତିବନ୍ଧକ କୁ ବନ୍ଧୁଙ୍କ ମାଧ୍ୟମରେ ମେଣ୍ଟାଇବେ।କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।*

*✧═════•❁❀❁•═════✧*
*🌹👉ତୁଳା🌹*
*ଆପଣସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ଆଗଭଳି ପ୍ରିୟ ବନ୍ଧୁଟିର ମନୋଭାବ ନ ଥିବା ତାହାଙ୍କର କାର୍ଯ୍ୟଶୈଳୀରୁ ଅନୁଭବ କରିପାରନ୍ତି।*

*✧═════•❁❀❁•═════✧*
*🌹👉ବିଛା🌹*
*ଅଧିକାଂଶ କ୍ଷେତ୍ରରେ ବିଚାର ବିଗିଡିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଆର୍ଥିକ ଦିଗକୁ ପରିପୁଷ୍ଟ କରିବେ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।*

*✧═════•❁❀❁•═════✧*
*🌹👉ଧନୁ🌹*
*ଆଜି ଦିନଟି ଆପଣଙ୍କ ପାଇଁ କ୍ଷତିକାରକ ହେବନାହିଁ। କିନ୍ତୁ କାଳକ୍ଷେପଣ ନୀତି ସଙ୍ଗକୁ ଆଳସ୍ୟ ଓ ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।*

*✧═════•❁❀❁•═════✧*
*🌹👉ମକର🌹*
*ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ଫେରିପାରିବେ ନାହିଁ।*

*✧═════•❁❀❁•═════✧*
*🌹👉କୁମ୍ଭ🌹*
*ସମ୍ପର୍କୀୟଙ୍କ ସହ ବିବାଦ ଘନେଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।*

*✧═════•❁❀❁•═════✧*
*🌹👉ମୀନ🌹*
*ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍‌ନା କରି ନ ପାରି ବିବ୍ରତ ବୋଧ କରି ପାରନ୍ତି। ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।*
#goodmorning
#Dhanushexpress

4 hours ago | [YT] | 9

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୩୧_୮_୨୦୨୬_ସୋମବାର
*ସମ୍ବତ୍ସର- ରୌଦ୍ର*
*ଭାଦ୍ରବମାସ- କୁଷ୍ଣପକ୍ଷ*
*ତିଥି- ତୃତୀୟା ଦିବା ଘ୦୮/୪୩ ଗତେ ଚତୁର୍ଥୀ*
*ନକ୍ଷତ୍ର- ରେବତୀ ରାତ୍ରି ଘ୦୩/୫୬ ଗତେ ଅଶ୍ୱିନୀ*
*ଚନ୍ଦ୍ର- ମୀନରାତ୍ରି ଘ୦୩/୫୬ ଗତେ ମେଷ*
*ଯୋଗ- ଗଣ୍ଡ*
*କରଣ - ବିଷ୍ଟି*
*ସୌରମାସ- ସିଂହ ୧୫ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୪/୪୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୩୫*
*✧═════•❁❀
*ଯୋଗିନୀ ଅଗ୍ନିକୋଣେ ଦିବା ଘ୦୮/୪୩ ଗତେ ନୈରୁତେ*
*ଧନୁ ରାଶିର ଘାତଚନ୍ଦ୍ର*
*ମିଥୁନ ରାଶିର ଘାତବାର*
*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୭/୦୫ ଗତେ ଘ୦୮/୪୦ ମଧ୍ୟେ*
*ବାରବେଳା- ଦିବା ଘ୦୨/୫୫ ଗତେ ଘ୦୪/୨୮ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୪ ମଧ୍ୟେ ଓ ଘ୧୦/୨୦ ଗତେ ଘ୧୨/୪୫ ମଧ୍ୟେ ରାତ୍ରି ଘ୦୬/୪୮ ଗତେ ଘ୦୯/୧୨ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୨୮ ଗତେ ଘ୦୪/୪୮ ମଧ୍ୟେ*
═✧*══•❁❀❁•═*═══✧
*ଅଦ୍ୟ ମୂଳା ଭକ୍ଷଣ ନିଷେଧ*
*═✧*══•❁❀❁•═════
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹👉ମେଷ👉ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।*
*✧═════•❁❀❁•═════✧*
*🌹👉ବୃଷ👉ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।*
*✧═════•❁❀❁•═════✧*
*🌹👉ମିଥୁନ👉ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।*
*✧═════•❁❀❁•═════✧*
*🌹👉କର୍କଟ👉ଲାଗିରହିଥିବା ଟେନସନ୍‌ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।*
*✧═════•❁❀❁•═════✧*
*🌹👉ସିଂହ👉ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।*
*✧═════•❁❀❁•═════✧*
*🌹👉କନ୍ୟା👉ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।*
*✧═════•❁❀❁•═════✧*
*🌹👉ତୁଳା👉ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।*
*✧═════•❁❀❁•═════✧*
*🌹👉ବିଛା👉ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।*
*✧═════•❁❀❁•═════✧*
*🌹👉ଧନୁ👉ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।*
*✧═════•❁❀❁•═════✧*
*🌹👉ମକର👉ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି।*
*✧═════•❁❀❁•═════✧*
*🌹👉କୁମ୍ଭ👉ଦୀର୍ଘଦିନରୁ ପାଉନଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇ ଆବଶ୍ୟକତାକୁ ପୂରଣ କରିବେ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।*
*✧═════•❁❀❁•═════✧*
*🌹👉ମୀନ👉ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।*
#bholanath
#goodmorning

1 day ago | [YT] | 24

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୩୦_୮_୨୦୨୬_ରବିବାର
*ସମ୍ବତ୍ସର- ରୌଦ୍ର*
*ଭାଦ୍ରବମାସ- କୁଷ୍ଣପକ୍ଷ*
*ତିଥି- ଦ୍ୱିତୀୟା ଦିବା ଘ୦୯/୨୬ ଗତେ ତୃତୀୟା*
*ନକ୍ଷତ୍ର- ଉତ୍ତରଭାଦ୍ର ରାତ୍ରି ଘ୦୪/୧୬ ଗତେ ରେବତୀ*
*ଚନ୍ଦ୍ର- ମୀନ*
*ଯୋଗ- ଧୃତି*
*କରଣ - ଗର*
*ସୌରମାସ- ସିଂହ ୧୪ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୪/୩୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୩୨*
*✧═════•❁❀
*ଯୋଗିନୀ ଉତ୍ତରେ ଦିବା ଘ୦୯/୨୭ ଗତେ ଅଗ୍ନିକୋଣେ*
*ଧନୁରାଶିର ଘାତଚନ୍ଦ୍ର*
*ମେଷ ରାଶିର ଘାତବାର*
*ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*✧═════•❁❀❁•═══*
*କାଳବେଳା ଓ ବାରବେଳା- ଦିବା ଘ୧୦/୧୦ ଗତେ ଘ୦୧/୨୨ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୪/୨୪ ଗତେ ଘ୦୯/୩୫ ମଧ୍ୟେ ଓ ରାତ୍ରି ଘ୦୭/୪୦ ଗତେ ଘ୦୯/୧୫ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୨୨ ମଧ୍ୟେ ଓ ରାତ୍ରି ଘ୦୬/୫୦ ଗତେ ଘ୦୭/୩୮ ମଧ୍ୟେ ଓ ଘ୧୨/୩୫ ଗତେ ଘ୦୩/୩୬ ମଧ୍ୟେ*
═✧*══•❁❀❁•═*═══✧
*ଅଦ୍ୟ ପୋଟଳ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹👉ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।*
*✧═════•❁❀❁•═════✧*
*🌹👉ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳପାଇବେ ।*
*✧═════•❁❀❁•═════✧*
*🌹👉ମିଥୁନ : ଆଜିର ଦିନ ଲାଭଦାୟୀ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ସାହାଯ୍ୟ ମିଳି ପାରେ। କୌଣସି ସାମାଜିକ କାର୍ଯ୍ୟରେ ଯୋଗ ଦେବାକୁବାକୁ ପଡ଼ିପାରେ।*
*✧═════•❁❀❁•═════✧*
*🌹👉କର୍କଟ :ଆଜି ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବା ଉଚିତ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।*
*✧═════•❁❀❁•═════✧*
*🌹👉ସିଂହ : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ।*
*✧═════•❁❀❁•═════✧*
*🌹👉କନ୍ୟା :ଆଜି ଆକସ୍ମିକ ଆର୍ଥଖର୍ଚ୍ଚ ହୋଇପାରେ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।*
*✧═════•❁❀❁•═════✧*
*🌹👉ତୁଳା : ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି।*
*✧═════•❁❀❁•═════✧*
*🌹👉ବିଚ୍ଛା : ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।*
*✧═════•❁❀❁•═════✧*
*🌹👉ଧନୁ :ଆଜି ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ଆବଶ୍ୟକ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ।*
*✧═════•❁❀❁•═════✧*
*🌹👉ମକର : ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।*
*✧═════•❁❀❁•═════✧*
*🌹👉କୁମ୍ଭ : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।*
*✧═════•❁❀❁•═════✧*
*🌹👉ମୀନ : ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।*
#jayjagannath
#goodmorning

2 days ago | [YT] | 101

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୨୯_୮_୨୦୨୬_ଶନିବାର
*ସମ୍ବତ୍ସର- ରୌଦ୍ର*
*ଭାଦ୍ରବମାସ- କୁଷ୍ଣପକ୍ଷ*
*ତିଥି- ପ୍ରତିପଦ ଦିବା ଘ୦୯/୫୦ ଗତେ ଦ୍ୱିତୀୟା*
*ନକ୍ଷତ୍ର- ପୂର୍ବଭାଦ୍ର ରାତ୍ରି ଘ୦୪/୧୫ ଗତେ ଉତ୍ତରଭାଦ୍ର*
*ଚନ୍ଦ୍ର-କୁମ୍ଭ ରାତ୍ରି ଘ୧୦/୦୯ ଗତେ ମୀନ*
*ଯୋଗ- ସୁକର୍ମା*
*କରଣ - କୌଳବ*
*ସୌରମାସ- ସିଂହ ୧୩ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୪/୩୨*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୧୨*
*✧═════•❁❀
*ଯୋଗିନୀ ପୂର୍ବେ ଦିବା ଘ୦୯/୫୦ ଗତେ ଉତ୍ତରେ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*
*ଦ୍ୱିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୭/୦୮ ମଧ୍ୟେ ଓ ଘ୦୪/୨୭ ଗତେ ଘ୦୬/୦୩ମଧ୍ୟେ*
*ବାରବେଳା- ଦିବା ଘ୦୧/୨୦ ଗତେ ଘ୦୨/୫୫ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୩୩ଗତେ ଘ୧୨/୪୫ ମଧ୍ୟେ ଓ ରାତ୍ରି ଘ୦୬/୫୦ ଗତେ ଘ୦୯/୧୦ ମଧ୍ୟେ ଓ ଘ୧୧/୩୫ ଗତେ ଘ୦୨/୪୬ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୧୦ ଗତେ ଘ୦୭/୨୬ ମଧ୍ୟେ*
═✧*══•❁❀❁•═*═══✧
*ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹👉ମେଷ*
*ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ।*

*✧═════•❁❀❁•═════✧*
*🌹👉ବୃଷ*
*ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ।*
*✧═════•❁❀❁•═════✧*
*🌹👉ମିଥୁନ*
*ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିପାରନ୍ତି।*

*✧═════•❁❀❁•═════✧*
*🌹👉କର୍କଟ*
*ଆଜି ଆପଣପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି।ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ। ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ।*
*✧═════•❁❀❁•═════✧*

*🌹👉ସିଂହ*
*ଆଜି ଦିନଟି ଭୋଗ,ବିଳାସ ଦିଗକୁ ସ୍ବତଃ ମନ ଟାଣିହୋଇଯିବ। ଆଜି ବିଭିନ୍ନ ସୂତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ।*
*✧═════•❁❀❁•═════✧*

*🌹👉କନ୍ୟା*
*ଆଜି କାର୍ଯ୍ୟସିଦ୍ଧି ହେତୁ ଉତ୍‌ଫୁଲ୍ଲିତ ରହିବେ। କିନ୍ତୁ ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍‌ ବୁଝାମଣା ହିଁ ପ୍ରଧାନ କାରଣ ହେବ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅବଶ୍ୟ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ ।* ।
*✧═════•❁❀❁•═════✧*

*🌹👉ତୁଳା*
*ଆଜି ସୁସ୍ଥତା ଅକ୍ଷୁଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ। ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।*
*✧═════•❁❀❁•═════✧*

*🌹👉ବିଛା*
*ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ। ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।*

*✧═════•❁❀❁•═════✧*
*🌹👉ଧନୁ*
*ଆଜି ସ୍ବାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି। ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ। ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ। ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ।*
*✧═════•❁❀❁•═════✧*

*🌹👉ମକର*
*ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ। ଏଣେ ଯାହା ପାଇବା କଥା ତାହା ଠିକ୍‌ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ। ମିତ୍ର,ବନ୍ଧୁରେ ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।*
*✧═════•❁❀❁•═════✧*

*🌹👉କୁମ୍ଭ*
*ଆଜି ଦିନଟି ଭଲରେ ଅତିବାହିତ ହେବ। ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ।*

*✧═════•❁❀❁•═════✧*
*🌹👉ମୀନ*
*ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।*
#jaysanideb
#goodmorning

3 days ago | [YT] | 62

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୨୮_୮_୨୦୨୬_ଶୁକ୍ରବାର
*ସମ୍ବତ୍ସର- ରୌଦ୍ର*
*ଶ୍ରାବଣମାସ- ଶୁକ୍ଳପକ୍ଷ*
*ତିଥି- ପୂର୍ଣ୍ଣିମା ଦିବା ଘ୦୯/୪୪ ଗତେ ପ୍ରତିପଦ*
*ନକ୍ଷତ୍ର- ଶତଭିଷା ରାତ୍ରି ଘ୦୩/୫୦ ଗତେ ପୂର୍ବଭାଦ୍ର*
*ଚନ୍ଦ୍ର-କୁମ୍ଭ*
*ଯୋଗ- ଅତିଗଣ୍ଡ*
*କରଣ - ବବ*
*ସୌରମାସ- ସିଂହ ୧୨ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୪/୧୨*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୨*
*✧═════•❁❀
*ଯୋଗିନୀ ବାୟବ୍ୟେ ଦିବା ଘ୦୯/୪୪ ଗତେ ପୂର୍ବେ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ବିଛା ,ଧନୁ ଓ ମୀନ ରାଶିର ଘାତବାର*
*ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*✧═════•❁❀❁•═══*
*କାଳବେଳା ଓ।ବାରବେଳା- ଦିବା ଘ୦୮/୪୦ ଗତେ ଘ୧୧/୫୦ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୦ ମଧ୍ୟେ ଓ ଘ୦୭/୫୮ ଗତେ ଘ୦୮/୩୯ ମଧ୍ୟେ ଓ ଘ୧୨/୪୫ ଗତେ ଘ୦୨/୨୨ ମଧ୍ୟେ ଓ ଘ୦୩/୬୯ ଗତେ ଘ୦୫/୩୫ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୪୯ ଗତେ ଘ୧୧/୪୦ ମଧ୍ୟେ*
═✧*══•❁❀❁•═*═══✧
*ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹👉ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।*
*✧═════•❁❀❁•═════✧*
*🌹👉ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।*
*✧═════•❁❀❁•═════✧*
*🌹ମିଥୁନ-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।*
*✧═════•❁❀❁•═════✧*
*🌹👉କର୍କଟ -ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।*
*✧═════•❁❀❁•═════✧*
*🌹👉ସିଂହ -ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।*
*✧═════•❁❀❁•═════✧*
*🌹👉କନ୍ୟା -ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।*
*✧═════•❁❀❁•═════✧*
*🌹👉ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।*
*✧═════•❁❀❁•═════✧*
*🌹👉ବିଛା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।*
*✧═════•❁❀❁•═════✧*

*🌹👉ଧନୁ -ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।*
*✧═════•❁❀❁•═════✧*
*🌹👉ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।*
*✧═════•❁❀❁•═════✧*
*🌹👉କୁମ୍ଭ -ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।*

*✧═════•❁❀❁•═════✧*
*🌹👉ମୀନ-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।*
#nilamadhab
#goodmorning

4 days ago | [YT] | 85

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୨୭_୭_୨୦୨୬_ଗୁରୁବାର
*ସମ୍ବତ୍ସର- ରୌଦ୍ର*
*ଶ୍ରାବଣମାସ- ଶୁକ୍ଳପକ୍ଷ*
*ତିଥି- ଚତୁର୍ଦ୍ଦଶୀ ଦିବା ଘ୦୮/୦୬ ଗତେ ପୂର୍ଣ୍ଣିମା*
*ନକ୍ଷତ୍ର- ଧନିଷ୍ଟା ରାତ୍ରି ଘ୦୨/୫୬ ଗତେ ଶତଭିଷା*
*ଚନ୍ଦ୍ର- ମକର ଦିବା ଘ୦୨/୧୬ ଗତେ କୁମ୍ଭ*
*ଯୋଗ- ଶୋଭନ*
*କରଣ - ବିଷ୍ଟି*
*ସୌରମାସ- ସିଂହ ୧୧ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୩/୦୨*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୦୨*
*✧═════•❁❀
*ଯୋଗିନୀ ପଶ୍ଚିମେ ଦିବା ଘ୦୯/୦୬ ଗତେ ବାୟବ୍ୟେ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ତୁଳା ଓ କୁମ୍ଭ ରାଶିର ଘାତବାର*
*ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ଅଦ୍ୟ ରକ୍ଷା ବନ୍ଧନ*
*✧═════•❁❀❁•═══*
*କାଳବେଳା ଓ।ବାରବେଳା- ଦିବା ଘ୦୨/୫୫ ଗତେ ଘ୦୬/୦୫ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ରାତ୍ରି ଘ୦୧/୫୫ ଗତେ ଘ୦୩/୩୭ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୧୦ ମଧ୍ୟେ ଓ ଘ୧୦/୨୦ ଗତେ ଘ୧୨/୪୫ ମଧ୍ୟେ*
═✧*══•❁❀❁•═*═══✧
*ଅଦ୍ୟ ଆମିଷ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹👉ମେଷ*
*ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।*

*✧═════•❁❀❁•═════✧*
*🌹👉ବୃଷ*
*ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।*
*✧═════•❁❀❁•═════✧*
*🌹👉ମିଥୁନ*
*ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।*
*✧═════•❁❀❁•═════✧*

*🌹👉କର୍କଟ*
*ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।*
*✧═════•❁❀❁•═════✧*
*🌹👉ସିଂହ*
*ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।*
*✧═════•❁❀❁•═════✧*

*🌹👉କନ୍ୟା*
*ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।*
*✧═════•❁❀❁•═════✧*

*🌹👉ତୁଳା*
*ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।*
*✧═════•❁❀❁•═════✧*
*🌹👉ବିଛା*
*ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।*

*✧═════•❁❀❁•═════✧*
*🌹👉ଧନୁ*
*ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।*
*✧═════•❁❀❁•═════✧*
*🌹👉ମକର*
*ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।*
*✧═════•❁❀❁•═════✧*
*🌹👉କୁମ୍ଭ*
*ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।*

*✧═════•❁❀❁•═════✧*
*🌹👉ମୀନ*
*ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ
#nilamadhab
#goodmorning

5 days ago | [YT] | 96

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୨୬_୮_୨୦୨୬_ବୁଧବାର
*ସମ୍ବତ୍ସର- ରୌଦ୍ର*
*ଶ୍ରାବଣମାସ- ଶୁକ୍ଳପକ୍ଷ*
*ତିଥି- ତ୍ରୟୋଦଶୀ ଦିବା ଘ୦୭/୫୮ ଗତେ ଚତୁର୍ଦ୍ଦଶୀ*
*ନକ୍ଷତ୍ର- ଶ୍ରବଣ। ରାତ୍ରି ଘ୦୧/୩୦ ଗତେ ଧନିଷ୍ଟା*
*ଚନ୍ଦ୍ର- ମକର*
*ଯୋଗ- ସୌଭାଗ୍ୟ*
*କରଣ - ତୈତିଳ*
*ସୌରମାସ- ସିଂହ ୧୦ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୩/୫୩*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୦୨*
*✧═════•❁❀
*ଯୋଗିନୀ ଦକ୍ଷିଣେ ଦିବା ଘ୦୭/୫୮ ଗତେ ପଶ୍ଚିମେ*
*ସିଂହ ରାଶିର ଘାତଚନ୍ଦ୍ର*
*କର୍କଟ ରାଶିର ଘାତବାର*
*ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୮/୪୦ ଗତେ ଘ୧୦/୧୬ ମଧ୍ୟେ*
*ବାରବେଳା- ଦିବା ଘ୧୧/୪୯ ଗତେ ଘ୦୧/୨୫ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୯ ମଧ୍ୟେ ଓ ରାତ୍ରି ଘ୦୬/୫୩ ଗତେ ଘ୦୯/୧୭ ମଧ୍ୟେ ଓ ଘ୦୨/୦୨ ଗତେ ଘ୦୫/୨୦ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୫୭ ଗତେ ଘ୦୫/୩୧ ମଧ୍ୟେ ଓ ରାତ୍ରି ଘ୦୯/୧୮ ଗତେ ଘ୧୦/୫୫ ମଧ୍ୟେ*

═✧*══•❁❀❁•═*═══✧
*ଅଦ୍ୟ ବିରି ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ🌹👉:-ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।*
*✧═════•❁❀❁•═════✧*
*ବୃଷ🌹👉:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।*
*✧═════•❁❀❁•═════✧*
*🌹ମିଥୁନ🌹👉:-ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।*
*✧═════•❁❀❁•═════✧*
*🌹କର୍କଟ🌹👉:-ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ।*
*✧═════•❁❀❁•═════✧*
*🌹ସିଂହ🌹👉:-ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟକରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ସକାଶେ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।*
*✧═════•❁❀❁•═════✧*
*🌹କନ୍ୟା🌹👉:-ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେଇ ଖୁସି ମନେଇବେ।*
*✧═════•❁❀❁•═════✧*
*🌹ତୁଳା🌹👉:-ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।*
*✧═════•❁❀❁•═════✧*
*🌹ବିଛା🌹👉:-ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।*
*✧═════•❁❀❁•═════✧*
*🌹ଧନୁ🌹👉:-ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।*
*✧═════•❁❀❁•═════✧*
*🌹ମକର🌹👉:-ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।*
*✧═════•❁❀❁•═════✧*
*🌹କୁମ୍ଭ🌹👉:-ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ। ମାଲି ମକଦ୍ଦମାରେ ଏକ ପ୍ରକାର ଆଶ୍ୱସ୍ତିଲାଭ କରିବେ।*
*✧═════•❁❀❁•═════✧*
*🌹ମୀନ🌹👉:-ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ।ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।
#nilamadhab
#goodmorning

6 days ago | [YT] | 75

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୨୫_୮_୨୦୨୬_ମଙ୍ଗଳବାର
*ସମ୍ବତ୍ସର- ରୌଦ୍ର*
*ଶ୍ରାବଣମାସ- ଶୁକ୍ଳପକ୍ଷ*
*ତିଥି- ଦ୍ୱାଦଶୀ ଦିବା ଘ୦୬/୧୮ ଗତେ ତ୍ରୟୋଦଶୀ*
*ନକ୍ଷତ୍ର- ଉତ୍ତରାଷାଢା ରାତ୍ରି ଘ୧୧/୩୫ ଗତେ ଶ୍ରବଣ।*
*ଚନ୍ଦ୍ର- ମକର*
*ଯୋଗ- ଆୟୁସ୍ମ।ନ୍*
*କରଣ - ବାଳବ*
*ସୌରମାସ- ସିଂହ ୦୯ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୩/୨୩*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/୦୨*
*✧═════•❁❀
*ଯୋଗିନୀ ନିରୁତକୋଣେ.ଦିବା ଘ୦୬/୧୮ ଗତେ ଦକ୍ଷିଣେ*
*ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର*
*ସିଂହ ରାଶିର ଘାତବାର*
*ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ତ୍ରି ପାଦ ଦିବା ଘ୦୬/୧୮ ଗତେ ଦ୍ୱିପାଦ ରାତ୍ରି ଘ୧୧/୩୫ ଗତେ ଏକପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୧/୨୦ ଗତେ ଘ୦୨/୫୬ ମଧ୍ୟେ*
*ବାରବେଳା- ଦିବା ଘ୦୭/୦୬ ଗତେ ଘ୦୮/୪୩ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୪୪ ଗତେ ଘ୧୦/୨୦ ମଧ୍ୟେ ଓ ଘ୧୨/୪୩ ଗତେ ଘ୦୧/୧୯ ମଧ୍ୟେ ଓ ଘ୦୩/୦୮ ଗତେ ଘ୦୪/୪୪ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି*
═✧*══•❁❀❁•═*═══✧
*ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।*
*✧═════•❁❀❁•═════✧*

*🌹ବୃଷ🌹👉:-ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।*

*✧═════•❁❀❁•═════✧*
*🌹ମିଥୁନ🌹👉:-ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।*

*✧═════•❁❀❁•═════✧*
*🌹କର୍କଟ🌹👉:-ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।*

*✧═════•❁❀❁•═════✧*
*🌹ସିଂହ🌹👉:-ଆଜି ବ୍ୟୟବୃଦ୍ଧି ଓ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ସନ୍ତୋଷଜନକ ଫଳ ପାଇବେ।*

*✧═════•❁❀❁•═════✧*
*🌹କନ୍ୟା 🌹👉:-ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।*

*✧═════•❁❀❁•═════✧*
*🌹ତୁଳା🌹👉:-ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ହସ୍ତା ନକ୍ଷତ୍ର ସକାଶେ ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।*

*✧═════•❁❀❁•═════✧*
*🌹ବିଛା🌹👉:-ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।*

*✧═════•❁❀❁•═════✧*
*🌹ଧନୁ🌹👉:-ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।*

*✧═════•❁❀❁•═════✧*
*🌹ମକର🌹👉:-ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।*
*✧═════•❁❀❁•═════✧*

*🌹କୁମ୍ଭ🌹👉:-ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।*

*✧═════•❁❀❁•═════✧*
*🌹ମୀନ🌹👉:-ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ। କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।*
#maa
#goodmorning

1 week ago | [YT] | 80

Dhanush Express

ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୨୪_୮_୨୦୨୬_ସୋମବାର
*ସମ୍ବତ୍ସର- ରୌଦ୍ର*
*ଶ୍ରାବଣମାସ- ଶୁକ୍ଳପକ୍ଷ*
*ତିଥି- ଦ୍ୱାଦଶୀ*
*ନକ୍ଷତ୍ର- ପୂର୍ବାଷାଢା ରାତ୍ରି ଘ୦୯/୦୯ ଗତେ ଉତ୍ତରାଷାଢା*
*ଚନ୍ଦ୍ର- ଧନୁ ରାତ୍ରି ଘ୦୯/୦୯ ଗତେ ମକର*
*ଯୋଗ- ପ୍ରୀତି*
*କରଣ - ବବ*
*ସୌରମାସ- ସିଂହ ୦୮ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୩/୦୩*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/୫୨*
*✧═════•❁❀
*ଯୋଗିନୀ ନିରୁତକୋଣେ*
*ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର*
*ମିଥୁନ ରାଶିର ଘାତବାର*
*ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଏକ ପାଦ ରାତ୍ରି ଘ୦୯/୦୯ ଗତେ ଦ୍ୱିପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୭/୦୮ ଗତେ ଘ୦୮/୪୫ ମଧ୍ୟେ*
*ବାରବେଳା- ଦିବା ଘ୦୨/୫୫ ଗତେ ଘ୦୪/୩୩ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୬ ମଧ୍ୟେ ଓ ଘ୧୦/୨୦ ଗତେ ଘ୧୨/୪୬ ମଧ୍ୟେ ଓ ରାତ୍ରି ଘ୦୬/୫୫ ଗତେ ଘ୦୯/୨୦ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି*
═✧*══•❁❀❁•═*═══✧
*ଅଦ୍ୟ ପୋଇ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*ମେଷ*👉
*ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।*
*✧═════•❁❀❁•═════✧*
*ବୃଷ*👉
*ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କିନ୍ତୁ ମନୋରଞ୍ଜନ ପ୍ରୀତିପ୍ରଦ ହେବ ନାହିଁ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା,ଏଜେନ୍ସିରେ ସମସ୍ୟା ଦୂର ହେବ।*
*✧═════•❁❀❁•═════✧*
*ମିଥୁନ*👉
*ଆଜି ଅଧିକ ବ୍ୟୟ ହେବ । ଯାହା ଖୋଜୁଥିବେ ତାହା ପାଇବେ ନାହିଁ, ବରଂ ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ, ସଭା ସମିତିରେ ସୁବିଧା ଓ ସୁଯୋଗ ଲାଭ କରିବେ। ସାଧାରଣ କଥାରେ ଯୁକ୍ତି ତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।*
*✧═════•❁❀❁•═════✧*
*କର୍କଟ*👉
*ଆଜି ପାପଗ୍ରହମଧ୍ୟସ୍ଥ ରାଶ୍ୟାଧିପ ହେତୁ ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସୁଯୋଗ ହରାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କେତେକ ଘରୋଇ କାରଣକୁ ନେଇ ଅଶାନ୍ତ ରହିବେ।*
*✧═════•❁❀❁•═════✧*
*ସି˚ହ*👉
*ଆଜି କୌଣସି ସ୍ଥାନକୁ ଯିବା ସମୟରେ ନିଜ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଗୁରୁକ୍ଷେତ୍ରସ୍ଥ ମଙ୍ଗଳଙ୍କ ଯୋଗୁ ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଅଫିସରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।*
*✧═════•❁❀❁•═════✧*
*କନ୍ୟା*👉
*ଆଜି କର୍ମକ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକାମିରେ ପଡ଼ିବେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଷ୍ଟେସନାରି ଜିନିଷ, ଧାତୁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଯାତ୍ରା ଓ ପରିବହନ ପାଇଁ ଦିନଟି ଭଲ।*
*✧═════•❁❀❁•═════✧*
*ତୁଳା*👉
*ଆଜି ଖରାପ୍ ଗ୍ରହଙ୍କ ପ୍ରଭାବରେ ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଯାନବାହନରେ ସତର୍କ ରହିବା ଭଲ ହେବ। କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।*
*✧═════•❁❀❁•═════✧*
*ବିଛା*👉
*ଆଜି ଅଯଥା ଗୁଡ଼ାଏ ଚିନ୍ତା ମନକୁ ନ ଆଣି ନିଜ କାମରେ ମନଦେବା ଭଲ ହେବ। ଜ୍ୟେଷ୍ଠା ନକ୍ଷତ୍ର ଅନ୍ୟମାନଙ୍କ ବିଷୟ ଚିନ୍ତାକରି ନିଜ ପ୍ରତି ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାରେ ସମର୍ଥ ହେବେ।*
*✧═════•❁❀❁•═════✧*
*ଧନୁ*👉
*ଆଜି ପାପଯୁକ୍ତ ଗୁରୁ ଜନିତ ସ୍ବାସ୍ଥ୍ୟ ସମସ୍ୟା ଲାଗିରହୁଥିବାରୁ କୌଣସି କାମ ଉତ୍ସାହଜନକ ହୋଇ ନ ପାରେ। ସମସ୍ୟାର ସରଳ ସମାଧାନ ହୋଇ ଉନ୍ନତି ପରିଲକ୍ଷିତ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍‌ ସମ୍ପର୍କୀୟ ଚିନ୍ତା କରିପାରନ୍ତି।*
*✧═════•❁❀❁•═════✧*
*ମକର*👉
*ଆଜି ସ୍ବନକ୍ଷତ୍ରସ୍ଥ ଉଚ୍ଚାଂଶରେ ଓ ପାପଗ୍ରହ ମଧ୍ୟସ୍ଥ ହେତୁ ଅସ୍ଥିରତା ଲାଗିରହିବ। ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାର ସମ୍ଭାବନା ରହିଛି। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ। ପ୍ରିୟ ବନ୍ଧୁ ମାନଙ୍କଠାରୁ ଆଦର ଅଭ୍ୟର୍ଥନା ମିଳିବ।*
*✧═════•❁❀❁•═════✧*
*କୁମ୍ଭ*👉
*ଆଜି ପୂର୍ବପରି ସବୁ କିଛି ଠିକ୍‌ ଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ। ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। କାର୍ଯ୍ୟସିଦ୍ଧି ମନରେ ପ୍ରଫୁଲ୍ଲତା ଆଣିପାରେ।*
*✧═════•❁❀❁•═════✧*
*ମୀନ*👉
*ଆଜି ଭାଗ୍ୟସ୍ଥାନ ପ୍ରତି ଶୁଭ ଗ୍ରହଙ୍କ ଦୃଷ୍ଟି ଯୋଗୁ ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ନୂତନ ଯୋଜନା କରିବାରେ ମନ ଦେବେ। ନିକଟ ସମ୍ପର୍କୀୟମାନେ କ୍ରମଶଃ ନିକଟତର ହୋଇପାରନ୍ତି। ବାଦବିବାଦରେ ଆପୋସ ସମାଧାନ ଘଟିବ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ।*
#mahadeb
#goodmorning

1 week ago | [YT] | 34

Dhanush Express

#ଆଜିର_ପଞ୍ଜିକା_ଓ_ରାଶିଫଳ
#ସୁପ୍ରଭାତମ_ଜୟ_ଜଗନ୍ନାଥ
#ଅଦ୍ୟ_୨୨_୮_୨୦୨୬_ଶନିବାର
*ସମ୍ବତ୍ସର- ରୌଦ୍ର*
*ଶ୍ରାବଣମାସ- ଶୁକ୍ଳପକ୍ଷ*
*ତିଥି- ଦଶମୀ ରାତ୍ରି ଘ୦୧/୪୫ ଗତେ ଏକାଦଶୀ*
*ନକ୍ଷତ୍ର- ଜ୍ୟେଷ୍ଠା ଦିବା ଘ୦୩/୧୭ ଗତେ ମୂଳା*
*ଚନ୍ଦ୍ର- ବିଛା ଦିବା ଘ୦୩/୧୭ ଗତେ ଧନୁ*
*ଯୋଗ- ବୈଧୃତି*
*କରଣ - ତୈତିଳ*
*ସୌରମାସ- ସିଂହ ୦୬ ଦିନ*
*✧═════•❁❀❁•════✧*
*ସୂର୍ୟୋଦୟ- ପ୍ରାତଃ ଘ୦୫/୩୨/୧୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୮/୩୨*
*✧═════•❁❀
*ଯୋଗିନୀ ଉତ୍ତରେ ରାତ୍ରି ଘ୦୧/୪୫ ଗତେ ଅଗ୍ନିକୋଣେ*
*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*
*ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଏକ ପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା-ଦିବା ଘ୦୭/୦୭ ମଧ୍ୟେ ଓ ଦିବା ଘ୦୪/୩୦ ଗତେ ଘ୦୬/୦୬ ମଧ୍ୟେ*
*ବାରବେଳା- ଦିବା ଘ୦୧/୨୦ ଗତେ ଘ୦୨/୫୯ ମଧ୍ୟେ*
══•❁❀❁•═*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୩୫ ଗତେ ଘ୧୨/୪୪ ମଧ୍ୟେ ଓ ରାତ୍ରି ଘ୦୮/୩୨ ଗତେ ଘ୧୦/୫୬ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି*
═✧*══•❁❀❁•═*═══✧
*ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ*
*═✧*══•❁❀❁•═════✧

*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*
*✧═════•❁❀❁•═════✧*
*🌹ବୃଷ🌹👉ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |*
*✧═════•❁❀❁•═════✧*
*🌹ମିଥୁନ🌹👉ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |*
*✧═════•❁❀❁•═════✧*
*🌹କର୍କଟ🌹👉ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।*
*✧═════•❁❀❁•═════✧*
*🌹ସିଂହ🌹👉ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |*
*✧═════•❁❀❁•═════✧*
*🌹କନ୍ୟା🌹👉ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |*
*✧═════•❁❀❁•═════✧*
*🌹ତୁଳା🌹👉ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |*
*✧═════•❁❀❁•═════✧*
*🌹ବିଛା🌹👉ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |*
*✧═════•❁❀❁•═════✧*
*🌹ଧନୁ🌹👉ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |*
*✧═════•❁❀❁•═════✧*
*🌹ମକର 🌹👉ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।*
*✧═════•❁❀❁•═════✧*
*🌹କୁମ୍ଭ🌹👉ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |*
*✧═════•❁❀❁•═════✧*
*🌹ମୀନ🌹👉ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।*
#nilamadhab
#goodmorning

1 week ago | [YT] | 139